Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖବର: ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୫।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର | ଏହି ଘୋଷଣା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ବୃଦ୍ଧି ପାଇ ୬୦ ପ୍ରତିଶତକୁ ପହଞ୍ଚିଛି। ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ଠାରୁ ପିଚ୍ଛିଲା ଭାବରେ ଲାଗୁ ହେବ ବୋଲି ସରକାର ସୂଚନା ଦେଇଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତମାସ ଦରମାରେ ନଗଦ ଆକାରରେ ମିଳିବ । ପେନସନଭୋଗୀମାନଙ୍କୁ ମଧ୍ୟ ଏହି ବର୍ଦ୍ଧିତ ଭତ୍ତା ମେ’ମାସର ପେନସନ ସହ ମିଳିବ । ତେବେ ଏହି ନିଷ୍ପତ୍ତିରେ ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ