Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ ହେଲା କାଉଗୁଡ଼ା ଉଚ୍ଚ ବିଦ୍ୟାଳୟ

କଳାହାଣ୍ଡି,୩୦/୦୫-ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଦ୍ବାରା ବିଭିନ୍ନ ବିଭାଗକୁ ଯୋଡ଼ାଯିବା ପରେ ଶିକ୍ଷା ବ୍ୟବସ୍ଥା ଓ ଭିତ୍ତିଭୂମିରେ ପରିବର୍ତ୍ତନ ପାଇଁ ହାଇସ୍କୁଲଗୁଡ଼ିକୁ ୫-ଟି ଦ୍ବାରା ରୂପାନ୍ତରଣ ହାତକୁ ନିଆଯାଇଛି ! ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମର ତ୍ରୁତୀୟ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଏଥିରେ ଲାଞ୍ଜିଗଡ଼ ବ୍ଲକର ହାଇସ୍କୁଲଗୁଡ଼ିକ ସାମିଲ ହୋଇଛି ! ଏଇକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ବାରା ପରିଚାଳିତ କାଉଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି ! ଏଇକ୍ରମରେ ଆଜି ବିଦ୍ୟାଳୟ ପରିସରରେ ୫-ଟି ରୂପାନ୍ତରଣ ବୈଠକ ଅନୁଷ୍ଠିତ ହୋଇଥିଲା ! ଏଥିରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ, ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର, ସମାଜସେବୀ ହରିଶଙ୍କର ପାତ୍ର, ଚନ୍ଦ୍ରଶେଖର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କଳାକ୍ରୁଷ୍ଣ ଶବର ପ୍ରମୁଖ ମଞ୍ଚାସୀନ ଥିଲେ ! ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭା ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷକ ସନ୍ଦୀପ କୁମାର ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ! ଏଇ ଅବସରରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟାମାନେ ଉପସ୍ଥିତ ଥିଲେ !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ