ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ


ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩%  ଥିବାବେଳେ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି । ତେବେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ ପାଇପାରେ। ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।

ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ ମାଧ୍ୟମରେ ନିଜର ରେଜଲ୍ଟ ଜାଣିପାରିବେ।

ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।