Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତିଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୮/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା କାଶୀନଗର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ନୁଆଗଡ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୨୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୦ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୮ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି ଓ ଜଣେ ଦିବ୍ୟାଙ୍ଗଙ୍କୁ ଵିଵାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକସୁରକ୍ଷା,ଜମିପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବି. ସା ୟାମ୍ମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories