ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ


ଭୁବନେଶ୍ବର: ଏଣିକି ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ। ସ୍କୁଲରେ କ୍ରୀଡା ବିଷୟରେ ପାଠ ପଢିବେ ଛାତ୍ରଛାତ୍ରୀ। ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ଏ ନେଇ ସୂଚନା ଦେଇଛନ୍ତି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା।

ଏପଟେ ଖୁବ ଶୀଘ୍ର ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ। ଭୁବନେଶ୍ବା ଓ ରାଉରକେଲାରେ ଅନୁଷ୍ଠିତ ହେବ ବିଶ୍ୱକପ। ଏହାକୁ ପ୍ରଥମ ଥର ପାଇଁ ଆୟୋଜନ କରୁଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି । କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁରହିଛି।

କର୍ପୋରେଟ ଓ କ୍ରୀଡାବୀତିଙ୍କ ପାଇଁ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ଭ କରାଯାଇଛି । ହକିର ପୀଠ ଭାବେ ସୁନ୍ଦରଗଡ଼ ଜିଲ୍ଲାରେ ୧୭ଟି ଆଷ୍ଟ୍ରୋ -ଟର୍ଫ ହକି ପଡିଆ ନିର୍ମାଣ ହୋଇଛି । ଏଥିସହ ରାଜ୍ୟର ସହରାଞ୍ଚଳରେ ୯୦ ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ହୋଇଛି।