Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନଦୀରେ ଗାଧୋଇବାକୁ ଯାଇ ବୃଦ୍ଧଙ୍କ ମୃତ୍ୟୁ।

କଳାହାଣ୍ଡି,୧୭/୦୬
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବାଞ୍ଜିବାହାଲ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ନଦୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଞ୍ଜିବାହାଲ ଗ୍ରାମର ବୈକୁଣ୍ଠ ମାଝୀ (୬୯)। ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୮ ଟା ସମୟରେ ବୈକୁଣ୍ଠ ମାଝୀ ଗାଁ ନିକଟସ୍ଥ ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଉଥିବା ସମୟରେ ତାଙ୍କ ଗୋଡ଼ ଖସିଯିବାରୁ ସେ ପାଣିରେ ବୁଡ଼ି ଯାଇଥିବା ଅନୁମାନ କରାଯାଉଛି। ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ।ପରେ ପରିବାର ସଦସ୍ୟ ଓଗ୍ରାମବାସୀମାନେ ନଦୀରେ ଖୋଜିବା ବେଳେ ବୈକୁଣ୍ଠ ମାଝୀଙ୍କ ମୃତଦେହ ପାଣିରେ ଭାସୁଥିବା ଅବସ୍ଥାରେ ଦେଖିଥିଲେ। ଏନେଇ ତୁରନ୍ତ ଆମପାଣି ପୋଲିସକୁ ସୂଚନା ଦିଆଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା।ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କ ନିକଟରେ ହସ୍ତାନ୍ତର କରାଯାଇଛି। ଏହି ଘଟଣାରେ ଆମପାଣି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି। ବୃଦ୍ଧଙ୍କ ଅକାଳ ମୃତ୍ୟୁରେ ବାଞ୍ଜିବାହାଲ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ