Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୭ ଜିଲ୍ଲାରେ ଆଜି ବର୍ଷା ଓ ପବନ ସମ୍ଭାବନା, ୨୫ ତାରିଖ ଯାଏ କାଳବୈଶାଖୀ ଆଶଙ୍କା

ରାଜ୍ୟରେ ଗ୍ରୀଷ୍ମ ତାତି ଓ ଗୁଳୁଗୁଳି ପୂର୍ବାପେକ୍ଷା କିଛିଟା କମିଥିବା ବେଳେ ଆଗାମୀ ୬ରୁ ୭ ଦିନ ପର୍ଯ୍ୟନ୍ତ ପାଗରେ ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଦିନର ସର୍ବାଧିକ ତାପମାତ୍ରା ପ୍ରାୟ ସମାନ ରହିବା ସହ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଓ ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି।

ରବିବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାବେଳେ ଭଦ୍ରକ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଣ୍ଟାପ୍ରତି ପ୍ରାୟ ୫୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହୋଇପାରେ। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ସତର୍କ ରହିବାକୁ ପରାମର୍ଶ ଦେଇଛି।

ଶନିବାର ଝାରସୁଗୁଡ଼ା ଓ ବୌଦ୍ଧରେ ସର୍ବାଧିକ ୪୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିଲା। ନୂଆପଡ଼ା, ବାରିପଦା, ଭବାନୀପାଟଣା ଓ ଟିଟିଲାଗଡ଼ରେ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ରାଉରକେଲା, ସୋନପୁର ଓ ବଲାଙ୍ଗିରରେ ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୩୩ରୁ ୩୫ ଡିଗ୍ରୀ ମଧ୍ୟରେ ରହିଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ