ବୀରମହାରାଜପୁର ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ଆପ ର ବିଧାନସଭା ସ୍ତରୀୟ ବୈଠକ
ବୀରମହାରାଜପୁର :
ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବିଧାନସଭା କ୍ଷେତ୍ରରେ ଆମ ଆଦମୀ ପାର୍ଟି ପକ୍ଷରୁ ବିଧାନସଭାସ୍ତରୀୟ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ହୋଇଛି l ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ସଂଗଠନ ସୁଦୃଢ଼ କରିବା ସହ ଦଳୀୟ ରଣନୀତି ପ୍ରସ୍ତୁତ କରାଯାଇଥିଲା l
ଆଜିର ଏହି ବୈଠକରେ ଆପ୍ ଓଡ଼ିଶାର ସହ ପ୍ରଭାରୀ ତଥା ଦିଲ୍ଲୀରୁ ଆସିଥିବା ଟିଙ୍କୁ ରାଜୋରା, ଜିଲ୍ଲା ସଭାପତି ବଲାଙ୍ଗୀର , ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଏବଂ ରାଜ୍ୟ ସାଧାରଣ ସମ୍ପାଦକ ଭବାନୀ ପ୍ରସାଦ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ l ସେମାନେ ଦିଲ୍ଲୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି ଓ ରୋଜଗାର କ୍ଷେତ୍ରରେ ହୋଇଥିବା ବିକାଶମୂଳକ କାର୍ଯ୍ୟକୁ ଉଲ୍ଲେଖ କରି ଓଡ଼ିଶାରେ ମଧ୍ୟ ସେହିଭଳି ଜନମୁଖୀ ଶାସନ ବ୍ୟବସ୍ଥାର ଆବଶ୍ୟକତା ଉପରେ ମତ ରଖିଥିଲେ I
ସୋମବାର ଜିଲ୍ଲା ସଂଯୋଜକ ମାଧବ ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଦଳର ସଂଗଠନକୁ ଗ୍ରାମସ୍ତରରେ ଅଧିକ ସୁଦୃଢ଼ କରିବା, ଆଗାମୀ ନିର୍ବାଚନରେ ପ୍ରାର୍ଥୀ ଦେଇ ଦୃଢ଼ତାର ସହ ପ୍ରତିଦ୍ୱନ୍ଦ୍ୱିତା କରିବା ଏବଂ ଜନସମସ୍ୟାକୁ ପ୍ରାଥମିକତା ଦେବା ଉପରେ ଆଲୋଚନା ହୋଇଥିଲା l
ଏହି ଅବସରରେ ସୁରେଶ କଲତା, ଘନଶ୍ୟାମ ଭୋଇ, ମାନସ ଗାଈଗରିଆ, ରାଜେଶଙ୍କ ସମେତ ବହୁ ସଂଖ୍ୟକ ଦଳୀୟ ନେତୃବୃନ୍ଦ ଓ ନୂତନ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ I ବକ୍ତାମାନେ କର୍ମୀଙ୍କୁ ସଂଗଠିତ ହୋଇ ଆଗାମୀ ନିର୍ବାଚନରେ ଦଳର ସଫଳତା ପାଇଁ ଏକଜୁଟ ହୋଇ କାମ କରିବାକୁ ଆହ୍ୱାନ ଦେଇଥିଲେ I

