Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହ; ବରଗଡ଼ରେ ଇଥାନଲ୍ ପ୍ରକଳ୍ପର କରିବେ ଶୁଭାରମ୍ଭ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଦେଇଛନ୍ତି। ଗସ୍ତ ସମୟରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ସିଧାସଳଖ ବରଗଡ଼ ଯିବେ।

ବରଗଡ଼ରେ ଅମିତ ଶାହ ଏକ ଇଥାନଲ୍ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାପରେ ସେ ସମ୍ବଲପୁର ଯାଇ ସେଠାରେ ରାତ୍ରିଯାପନ କରିବେ। ଏହି ଗସ୍ତକୁ ନେଇ ପଶ୍ଚିମ ଓଡ଼ିଶାରେ ରାଜନୈତିକ ଓ ପ୍ରଶାସନିକ ମହଲରେ ଚର୍ଚ୍ଚା ବଢ଼ିଛି।

ଜୁଲାଇ ୫ ତାରିଖରେ ସମ୍ବଲପୁରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇ ଅମିତ ଶାହ ଜନସାଧାରଣଙ୍କୁ ସମ୍ବୋଧିତ କରିବେ। ତାଙ୍କ ଏହି ଦୁଇ ଦିନିଆ ଗସ୍ତରେ ବିକାଶମୂଳକ ପ୍ରକଳ୍ପ ଉଦ୍‌ଘାଟନ ସହ ରାଜନୈତିକ କାର୍ଯ୍ୟକ୍ରମରେ ମଧ୍ୟ ସେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories