ଚାଉଳିଆଗଞ୍ଜ ଥାନା IICଙ୍କ ସନ୍ଦେହଜନକ ମୃତ୍ୟୁ, କ୍ୱାର୍ଟର୍ସରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ
କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏକ ସନ୍ଦେହଜନକ ମୃତ୍ୟୁ ଘଟଣା। ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ମହିଳା ଆଇଆଇସି ବ୍ୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ପରେ ପୁଲିସ ବିଭାଗ ସହ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ଖବର ପାଇ ପୁଲିସ ଓ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛନ୍ତି। ପରେ ଶବ ବ୍ୟବଚ୍ଛେଦ ପାଇଁ ଏହାକୁ ପଠାଯାଇଛି। ପ୍ରାଥମିକ ଭାବେ ଏହା ସନ୍ଦେହଜନକ ମୃତ୍ୟୁ ହୋଇଥିବାରୁ ପୁଲିସ ସମସ୍ତ ଦିଗକୁ ନେଇ ତଦନ୍ତ ଚଳାଇଛି।
ତେବେ ବ୍ୟୁଟି ମହାନ୍ତିଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଓ ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ କହିଛି।

