Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦୁଷ୍କର୍ମ ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ପୁଲିସର ବଡ଼ ଆକ୍ସନ୍, ଏନ୍‌କାଉଣ୍ଟରରେ ନିହତ ମୁଖ୍ୟ ଅଭିଯୁକ୍ତ

ପଶ୍ଚିମବଙ୍ଗରେ ୧୨ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୁଲିସ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ମୁଖ୍ୟ ଅଭିଯୁକ୍ତ ଏନ୍‌କାଉଣ୍ଟରରେ ନିହତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ଓ ଜନଆକ୍ରୋଶ ଦେଖାଦେଇଥିଲା।

ପୁଲିସ ସୂଚନା ଅନୁସାରେ, ଅଭିଯୁକ୍ତକୁ ଗିରଫ କରିବା ପରେ ତଦନ୍ତ ପାଇଁ ନେଇଯାଉଥିବା ସମୟରେ ସେ ଖସି ପଳାଇବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପୁଲିସ ଉପରେ ଆକ୍ରମଣ ହୋଇଥିବାରୁ ଆତ୍ମରକ୍ଷା ପାଇଁ ଗୁଳି ଚଳାଇଥିଲା। ଗୁରୁତର ଆହତ ଅବସ୍ଥାରେ ଅଭିଯୁକ୍ତକୁ ହସ୍ପିଟାଲକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

୧୨ ବର୍ଷୀୟା ନାବାଳିକାଙ୍କ ସହ ଦୁଷ୍କର୍ମ ପରେ ହତ୍ୟା ଘଟଣା ସାରା ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ଥାନୀୟ ଲୋକ ଦାବି କରୁଥିଲେ। ପୋଲିସର ଏହି ଆକ୍ସନକୁ ଲୋକ ସମର୍ଥନ କରିଛନ୍ତି | ଦୋଷୀକୁ ଏଭଳି ଦଣ୍ଡ ଦିଆଯିବା ଉଚିତ୍ ବୋଲି ସ୍ଥାନୀୟ ଲୋକମାନେ କହଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ