Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ

ବାଲିଗୁଡା, ତା, ୦୯/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳନ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମାସୁନ୍ଦର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ଡିଭିଜନରୁ ସହାୟକ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ହିତେଶ କୁମାର ସେନାପତି ମୁଖ୍ୟ ଅତିଥି ଏବଂ ଗିରିଜନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ସାମଲ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ସହ ବିଦ୍ୟୁତ ବ୍ୟବହାର ସମ୍ପର୍କିତ ସଚେତନତା,ଦାୟିତ୍ବ ଓ ସୁରକ୍ଷାବୋଧ ବିଷୟରେ ଆଲୋଚନା କରିଥିଲେ। ବିଦ୍ୟୁତ ବ୍ୟବହାରର ମାତ୍ରା ଦିନ ପ୍ରତିଦିନ ବଢୁଥ‌ିବା ସ୍ଥଳେ ସାମାନ୍ୟ ଜ୍ଞାନର ବ୍ୟବହାରକରି ଯତ୍ନବାନ ହୋଇପାରିଲେ ବଡ଼ ବିପଦରୁ ମଧ୍ୟ ବର୍ତ୍ତି ପାରିବା ବୋଲି ପ୍ରଧାନଶିକ୍ଷକ ଶ୍ୟାମାସୁନ୍ଦର ସାହୁ ପ୍ରକାଶ କରିଥିଲେ । ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସ୍ଥାନୀୟ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟି ର ସଦସ୍ୟଙ୍କ ତଥା ଅଭିଭାବକଙ୍କ ସହ ଛାତ୍ରଛାତ୍ରୀ ଙ୍କ ଦ୍ବାରା ଏକ ରାଲିର ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷିକା କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ