Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଛରୁ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର, ପୋଲିସ ପକ୍ଷରୁ ଅପମୃତ୍ୟୁ ମାମଲା ରୁଜୁ

ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଟିକିବା ପଞ୍ଚାୟତ ଅନ୍ତର୍ଗତ ରେଙ୍ଗୋମୁଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମ ନିକଟରେ ଥିବା ଏକ ବରଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଟିକିବା ଗ୍ରାମର ସ୍ୱର୍ଗତ କାସ୍ତୁ ବାଘଙ୍କ ୨୮ ବର୍ଷୀୟ ପୁତ୍ର ରୋହିତ ବାଘ।
ପୋଲିସର ସୂଚନା ଅନୁଯାୟୀ, ରୋହିତ ରେଙ୍ଗୋମୁଣ୍ଡା ଗ୍ରାମର ଏକ ବରଗଛରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବର ପାଇ ଜମନକିରା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଏସମ୍ପର୍କରେ ଜମନକିରା ଥାନାରେ ଏକ ଅପମୃତ୍ୟୁ ମାମଲା କେସ ନଂ.୧୭/୨୬ ରୁଜୁ କରାଯାଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି। ଯୁବକଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ପୋଲିସ ବିଭିନ୍ନ ଦିଗକୁ ନେଇ ଅନୁସନ୍ଧାନ ଚଳାଇଛି। ମୃତ ରୋହିତଙ୍କ ଘରେ ସ୍ତ୍ରୀ ଥିବା ବେଳେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଥିବା ନେଇ ଥାନା ଅଧିକାରୀ ରଞ୍ଜନ ନାଗ ପ୍ରକାଶ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ