Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରସାମ୍ୟ ହରାଇ ଓଲଟିଲା ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍! ୬ ଗୁରୁତର, ୨୪ରୁ ଅଧିକ ଆହତ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୧୪୯ ନମ୍ବର ଜାତୀୟ ରାଜପଥରେ ଓଏସଆରଟିସିର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୨୪ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଅନୁଯାୟୀ, ଓଏସଆରଟିସିର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍‌ଟି ପ୍ରାୟ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ପୁରୀରୁ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା। ତେବେ ଅନୁଗୁଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ବୁରୁକୁନା ଛକ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ହଠାତ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବସ୍‌ରେ ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ।

ଖବର ପାଇ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ। ଆହତମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତ ୬ ଜଣଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ କଟକ ଓ ଭୁବନେଶ୍ୱରର ବିଭିନ୍ନ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାର କାରଣ ଜାଣିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories