Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବସ୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା,ବାଇକ ଚାଳକ ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ଝାରସୁଗୁଡ଼ା, ୨୨/୦୭ (ଓଡ଼ିଶା ନ୍ୟୁଜ୍): ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୁମାଡେରା ସ୍ଥିତ ଟିଆରଏଲ୍ କ୍ରୋସାକି ରିଫ୍ରାକ୍ଟୋରି ପାର୍କ ନିକଟରେ ଆଜି ମଧ୍ୟାହ୍ନ ପ୍ରାୟ ସାଢ଼େ ୧ଟା ସମୟରେ ଏକ ଯାତ୍ରୀବାହୀ ବସ୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବାଇକ ଚାଳକ ଜଣକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ହେଲେ ସମ୍ବଲପୁର ଜିଲ୍ଲା ଯୁଜୁମୁରା ଥାନା ଅନ୍ତର୍ଗତ ଛାମୁଣ୍ଡା ଭଟଲି ଅଞ୍ଚଳର ସୁଶାନ୍ତ ଭୋଇ (୩୦)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ବେଲପାହାଡ଼ ପୁଲିସ ତାଙ୍କୁ ଉଦ୍ଧାର କରି ପ୍ରଥମେ ବେଲପାହାଡ଼ ସ୍ଥିତ ଟିଆରଏଲ୍ କ୍ରୋସାକି ହସ୍ପିଟାଲକୁ ଭର୍ତ୍ତି କରିଥିଲା। ହେଲେ ସେଠାରେ ପ୍ରାଥମିକ ଚିକିତ୍ସା ପରେ ସୁଶାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରା ଯାଇଛି। ଖବର ପାଇ ବେଲପାହାଡ଼ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌ ଓ ବାଇକ୍‌କୁ ଜବତ କରିବା ସହ ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଅଞ୍ଚଳରେ ଏହି ଦୁର୍ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories