Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସୁଛି ଲଘୁଚାପ! ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା

This intense weather scene captures the raw power of nature with storm clouds billowing across an overcast sky, heavy rainfall, and flashes of lightning illuminating the dark atmosphere. The dramatic, moody sky and cascading raindrops evoke a sense of powerful energy and impending force, perfect for visualizing extreme weather conditions. The composition showcases a blend of ominous clouds and heavy rain, ideal for projects focusing on nature, meteorology, or environmental themes.

ଭୁବନେଶ୍ୱର: ଓଡ଼ିଶାରେ ପୁଣି ସକ୍ରିୟ ହୋଇଛି ମୌସୁମୀ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ବର୍ଷା। ଆଗକୁ ଆସୁଛି ଆଉ ଏକ ଲଘୁଚାପ | ତେଣୁ ଆଗାମୀ ଦିନରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ। ପଶ୍ଚିମ, ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିଲା। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା। ସେହିପରି ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ କଟକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନ ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।

ଏହାସହ ଆସନ୍ତାକାଲି ପାଇଁ ମଧ୍ୟ ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories