Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୮ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା, କେନ୍ଦୁଝରକୁ ରେଡ୍ ଆଲର୍ଟ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ବିଶେଷକରି ଉତ୍ତର, ପଶ୍ଚିମ ଓଡ଼ିଶା ସହ ଉପକୂଳର କିଛି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷାର ପରିମାଣ କ୍ରମଶଃ ବଢ଼ିବ।

ରବିବାର କେନ୍ଦୁଝର ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୨୭ ଓ ୨୮ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ୨୯ ତାରିଖରୁ ବର୍ଷାର ପରିମାଣ କିଛି କମିପାରେ, ତଥାପି କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। SOA ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁଙ୍କ ମତରେ, ଲଘୁଚାପ ଅଧିକ ଘନୀଭୂତ ହୋଇପାରେ ଏବଂ ଏହାର ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ସହ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବାରୁ ମହାନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳପ୍ରବାହ ବଢ଼ିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ