Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଥଯାତ୍ରା ପାଳନ ଉପଲକ୍ଷେ ଚତୁର୍ଥ ସନ୍ଧ୍ୟାରେ ମାଁ କୁରେଇଶୁଣୀ ଭଜନ ସଙ୍ଘ ର ଭଜନ ପରିବେଷଣ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ରଥଯାତ୍ରା ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ୫ଦିନ ଧରି ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ର ଚତୁର୍ଥ ସନ୍ଧ୍ୟାରେ ବାୟାଧର ବଡକୁମର ଙ୍କ ନିର୍ଦ୍ଦେଶନାରେ ଆର୍.ଉଦୟଗିରିର ମାଁ କୁରେଇଶୁଣୀ ଭଜନ ସଙ୍ଘ ର କଣ୍ଠ ଶିଳ୍ପୀ ମାନେ ଉଚ୍ଚ କଟୀର ଭଜନ ପରିବେଷଣ ହୋଇଥିଲା।
ଚତୁର୍ଥ ସନ୍ଧ୍ୟାର ଭଜନ ସମାରୋହ କାର୍ଯ୍ୟକ୍ରମ ରେ ଅତିଥି ଭାବେ ଗୁରୁ ପଣ୍ଡିତ ରଘୁନାଥ ପାତ୍ର , ଭାଗବତ ପାଢ଼ୀ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ମଞ୍ଚାସୀନ ରହି କଣ୍ଠଶିଳ୍ପୀ ମାନୀଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ।
ସେହିପରି ତୃତୀୟ ସନ୍ଧ୍ୟାରେ ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଭିନ୍ନଳା ଗ୍ରାମର ଶ୍ରୀ ଗୌର ଭକ୍ତ ନାଟ୍ୟକଳା ସଂସଦ ପକ୍ଷରୁ ଗୁରୁ ଶ୍ରୀ ପୁରୁଷୋତ୍ତମ ପ୍ରଧାନଙ୍କ ନିର୍ଦ୍ଦେଶନାରେ ରାଧା କୃଷ୍ଣ ପ୍ରେମ ଲୀଳା ଉପରେ ଆଧାରିତ ଲୋକନୃତ୍ୟ ପରିବେଷଣ କରିଥିଲେ।
ତୃତୀୟ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅତିଥି ଭାବେ ଗୁରୁ ପଣ୍ଡିତ ରଘୁନାଥ ପାତ୍ର , ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ମଞ୍ଚାସୀନ ରହି ଆଜିର ମୋବାଇଲ୍ ଯୁଗରେ ଏହିପରି ଲୋକକଳା ଆମ ସଂସ୍କୃତି , ପରମ୍ପରା କୁ ବଞ୍ଚାଇ ରଖିଥିବା ଯୋଗୁଁ ଅନୁଷ୍ଠାନ ସମସ୍ତ କଳାକାର ମାନଙ୍କୁ ସାଧୁବାଦ ଜଣାଇଥିଲେ ଅର୍ଚ୍ଚନା କୁମାରୀ ମଙ୍ଗରାଜ।ଲୋକକଳାକୁ ବଞ୍ଚାଇବା ପାଇଁ ଅହରହ ଚେଷ୍ଟା ଚଲାଇଛି ଜିଲ୍ଲା ପ୍ରଶାସନ। ଆଧୁନିକ ଯୁଗରେ ଲୋକକଳା ବଞ୍ଚାଇବା ବହୁତ କଷ୍ଟକର। ବହୁତ କଷ୍ଟ ସାଧ୍ୟ ଜିନିଷ କୁ ଆଜିକାଲି ଆପେଣେଇବା ପାଇଁ ଲୋକଙ୍କ ପାଖରେ ଧର୍ଯ୍ୟ ନାହିଁ। ଗଜପତି ଜିଲ୍ଲା , ପାରଳାଖେମୁଣ୍ଡି ହେଉଛି ଲୋକ ସଂସ୍କୃତି ଜିଲ୍ଲା। କିନ୍ତୁ ବର୍ତ୍ତମାନ ଆଉ ସେହି ପରମ୍ପରା ଦିନକୁ ଦିନ ଲୋପ ହେବାକୁ ଯାଉଛି , ଏ ସମୟରେ ଏହି ଅନୁଷ୍ଠାନ ର କଳାକାର ମାନେ ତାକୁ ବଞ୍ଚାଇ ରଖିବା ପାଇଁ ଯେଉଁ ପ୍ରୟାସ ଜାରି ରଖିଛନ୍ତି ସେଥି ପାଇଁ ସେମାନଙ୍କୁ ଉତ୍ସାହତ କରିବା , ସେମାନେ ଏହି ପରମ୍ପରାକୁ ବଞ୍ଚାଇ ରଖିଥାନ୍ତୁ ବୋଲି ଗୁରୁ ଶ୍ରୀ ପାତ୍ର କହିଥିଲେ।ସମସ୍ତ କାର୍ଯ୍ୟକ୍ରମକୁ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ବିଭାଗର କାର୍ଯ୍ୟାଳୟର କନିଷ୍ଠ ସହାୟକ ମନୋଜ କୁମାର ଲିମ୍ମା ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।