Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକର କେ.ସି.ପୁରସ୍ଥିତ ସରକାରୀ ଏସ ଏସ ଡି ଉଚ୍ଚ ବିଦ୍ୟାଳୟ ଠାରେ କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୮/୭(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ କେ.ସି.ପୁରସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କାର୍ଯ୍ୟକ୍ରମ ଅବସରରେ ଏକ ଆଲୋଚନା ଚକ୍ର ଓ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଶ୍ରୀମତୀ ତ୍ରିବେଣୀ କୁମାରୀ ଦେବୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୋଲମ ରାଇକା, ଡେପୁଟି ପୋଲିସ ଉପ- ଅଧୀକ୍ଷକ ଶ୍ରୀମତୀ ସରିତା ବେହୁରିଆ, ଗୁମ୍ମା ଉପ-ଡାକଘରର ପୋଷ୍ଟମାଷ୍ଟର ଶ୍ରୀ ଶଙ୍କର ପାତ୍ର, ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ,ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। କର୍ମଶାଳାରେ ବିଭିନ୍ନ କ୍ଷୁଦ୍ର ସଞ୍ଚୟ ଯୋଜନା, ସରକାରଙ୍କ ପ୍ରୋତ୍ସାହନମୂଳକ ସଞ୍ଚୟ ଯୋଜନା, ଆର୍ଥିକ ସାକ୍ଷରତାର ଗୁରୁତ୍ୱ, ନିୟମିତ ସଞ୍ଚୟ ଓ ନିବେଶର ସୁଫଳ ସମ୍ପର୍କରେ ବିସ୍ତୃତ ସଚେତନତା ସୃଷ୍ଟି କରାଯାଇଥିଲା। ଏହାସହ ଡିଜିଟାଲ ଆର୍ଥିକ କାରବାର ସମୟରେ ସତର୍କତା ଅବଲମ୍ବନ, ସାଇବର ଠକେଇରୁ ସୁରକ୍ଷିତ ରହିବାର ଉପାୟ ଏବଂ ପ୍ରତିରୋଧମୂଳକ ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ଅଂଶଗ୍ରହଣକାରୀଙ୍କୁ ଅବଗତ କରାଯାଇଥିଲା। ଆଲୋଚନା ଚକ୍ରରେ ଛାତ୍ରଛାତ୍ରୀ ଓ ଅନ୍ୟାନ୍ୟ ଅଂଶଗ୍ରହଣକାରୀମାନଙ୍କ ସହ ସକ୍ରିୟ ମତବିନିମୟ କରାଯାଇଥିଲା । ସେମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ସହ କ୍ଷୁଦ୍ର ସଞ୍ଚୟ ଯୋଜନା, ସୁରକ୍ଷିତ ନିବେଶ ଏବଂ ସାଇବର ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।