Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା ; ପାଳନ ହେବନି କୌଣସି ସରକାରୀ ଉତ୍ସବ

ବାଲେଶ୍ବର: ବାଲେଶ୍ବର ଟ୍ରେନ୍ ଦୁର୍ଘଟଣାର ଛାତିଥରା ଦୃଶ୍ୟକୁ ନେଇ ସାରା ବିଶ୍ବବାସୀ ମର୍ମାହତ । ଏପଟେ ବଢିଚାଲିଛି ମୃତ୍ୟୁସଂଖ୍ୟା। ଆହତଙ୍କ ସଂଖ୍ୟା ସେତେ ବଢୁ ନଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ଥିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ପରିଜନଙ୍କୁ ହରାଇ ଦୁଃଖରେ ମ୍ରିୟମାଣ ହୋଇପଡ଼ିଛନ୍ତି ଲୋକେ। ସବୁଆଡେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଆଜି ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ବାଲେଶ୍ବର ଟ୍ରେନ୍ ଦୁର୍ଘଟଣା ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା । ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories