Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ: ବାହାନଗା ଟ୍ରେନ୍ ଦୁର୍ଘଟଣାର ହୃଦୟ ବିଦାରକ ଦୃଶ୍ୟ। କିଛି ବୁଝିବା ପୂର୍ବରୁ ସବୁ କିଛି ସରିଗଲା। ଦୁର୍ଘଟଣା ଜନିତ ମୃତ୍ୟୁ ୨୮୦ ପାର୍ କଲାଣି। ଗତକାଲି କେନ୍ଦ୍ର ସରକାର ମୃତକଙ୍କ ପରିବାର ଲାଗି ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସ୍ଥିତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀ ଓଡ଼ିଶା ମଧ୍ୟ ଆସୁଛନ୍ତି।

ଅନ୍ୟପଟେ ତାମିଲନାଡୁ ସରକାର ମଧ୍ୟ ମୃତକଙ୍କ ପରିବାର ଲାଗି ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିକ୍ । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ସ୍ଥିତି ବାବଦରେ ଆଲୋଚନା କରିଥିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ। ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories