ଖୁଣ୍ଟିଆ ଉଚ୍ଚ ବିଦ୍ୟାଳୟରେ ପିଟିଏମ ବୈଠକ, ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
କଳାହାଣ୍ଡି,୦୫/୦୮
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ, ଖୁଣ୍ଟିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲିଲାମ୍ବର ଛତ୍ରିଆଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ନୂତନ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରୁପେନ୍ଦ୍ର ସୁନାନୀ, ଉପ ସଭାପତି କେତକୀ ମେହେରଙ୍କ ସହ ସମସ୍ତ ସଦସ୍ୟ ସଦସ୍ୟା, ସହକାରୀ ଶିକ୍ଷକ ନିଦାମ ସୁନାନୀ ତତ୍ ସହିତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଉପସ୍ଥିତ ରହିଥିଲେ। ବୈଠକରେ ଅଧାରୁ ପାଠ ଛାଡୁଥିବା ପିଲାଙ୍କୁ ଚିହ୍ନଟ କରି ସ୍କୁଲ କୁ ଫେରାଇ ଆଣିବା,ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା ସରକାରୀ ଯୋଜନା, ମୋବାଇଲ୍ ସଠିକ୍ ବ୍ୟବହାର ,ନିଶା ନିବାରଣ, ବୃକ୍ଷ ରୋପଣ କରି ପରିବେଶକୁ ସବୁଜ ସୁନ୍ଦର ରଖିବା ବିଷୟରେ ଆଲୋଚନା କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ସନ୍ତୋଷ କୁମାର ସୁନାନୀ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ବୈଠକ ପରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ଅଭିଭାବକ,ଶିକ୍ଷକ ଶିକ୍ଷୟିତ୍ରୀ,ଛାତ୍ରଛାତ୍ରୀ ମିଶି ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ।

