Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାହାନଗା ଟ୍ରେନ ଟ୍ରାଜେଡି, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ଗତକାଲିଠୁ ଉଦ୍ଧାର କାର୍ଯ୍ୟ ସରିଥିବା ବେଳେ ମରାମତି କାମ ଜୋରରେ ଚାଲିଛି। କେନ୍ଦ୍ର ସରକାରଙ୍କ ପରେ ମୃତାହତଙ୍କ ପାଇଁ ରାଜ୍ୟ ସରକାର ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ପରିଜନଙ୍କୁ ୫ଲକ୍ଷ ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଏବଂ ଗୁରୁତର ଆହତଙ୍କ ପାଇଁ ୧ ଟଙ୍କା ଲେଖାଏଁ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏହି ଘୋଷଣା କରିଛନ୍ତି ।

ଏଥିସହ ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ତରଫରୁ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଘୋଷଣା କରି ସାରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ବାହାନଗା ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତିର ଅନୁଧ୍ୟାନ କରିବା ସହ ବାଲେଶ୍ଵର ହସ୍ପିଟାଲରେ ଆହତଙ୍କୁ ଭେଟିବା ସହ ସ୍ଵାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବାହାନଗା ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପୁଣି ବାଲେଶ୍ଵର ମେଡିକାଲ୍ ଯାଇ ଆହତଙ୍କୁ ଭେଟିଥିଲେ। ଗତକାଲି ବିଳମ୍ବିତ ରାତ୍ରିରେ ଏନଡିଆରଏଫ ବଗିରୁ ଆଉ ୧୩ଟି ମୃତଦେହ ଉଦ୍ଧାର କରିବା ପରେ ମୃତ ସଂଖ୍ୟା ୩୦୦ ଟପିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ