Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ଲଘୁଚାପ! ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ; ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ଓଡ଼ିଶାରେ ପୁଣିଥରେ ବର୍ଷାର ପ୍ରକୋପ ବଢ଼ିବା ଆଶଙ୍କା ରହିଛି। ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାକୁ ନେଇ ରାଜ୍ୟରେ ପୁଣି ବନ୍ୟା ଆଶଙ୍କା ବଢ଼ିଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଆଉ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେଗୁଡ଼ିକୁ ୟେଲୋ ଆଲର୍ଟ ଦିଆଯାଇଛି। ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ରହିଛି। ଏନେଇ ମୟୂରଭଞ୍ଜରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି | ତେବେ ଅଗଷ୍ଟ ୧୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଧୀରେଧୀରେ କମିବା ସମ୍ଭାବନା ରହିଛି।

ଲଗାଣ ବର୍ଷା ଯୋଗୁଁ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ତଳିଆ ଅଞ୍ଚଳରେ ପାଣି ଜମିବା ଓ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସମସ୍ୟା ମଧ୍ୟ ଦେଖାଦେବାର ଆଶଙ୍କା ରହିଛି। ଲଘୁଚାପର ଗତିପଥ ଓ ଏହାର ପ୍ରଭାବ ଉପରେ ପାଣିପାଗ ବିଭାଗ ନଜର ରଖିଥିବାବେଳେ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ