Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏଁ ବର୍ଷା; ପଶ୍ଚିମ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ

ଦକ୍ଷିଣ-ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଥିବାରୁ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଭାରତୀୟ ପାଣିପାଗ ବିଭାଗର ୮ ଅଗଷ୍ଟର ବୁଲେଟିନ୍‌ରେ ମଧ୍ୟ ଦକ୍ଷିଣ-ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଲଘୁଚାପ ଥିବା ନିଶ୍ଚିତ କରାଯାଇଛି।

ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି ହୋଇଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ମଧ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ପ୍ରାୟ ୩୦–୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଅଗଷ୍ଟ ୧୦ ଓ ୧୧ରେ ପଶ୍ଚିମ ଓଡ଼ିଶାରେ ବର୍ଷାର ତୀବ୍ରତା ଅଧିକ ରହିପାରେ। ୧୨ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୩ ତାରିଖରୁ ବର୍ଷାର ପ୍ରଭାବ କମିବା ଆରମ୍ଭ ହେବା ସତ୍ତ୍ୱେ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ