Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୧/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଆସନ୍ତା ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ, ବକ୍ତୃତା, ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏହି ପ୍ରତିଯୋଗିତା ଗୁଡ଼ିକରେ ଅଂଶଗ୍ରହଣ କରି ନିଜରପ୍ରତିଭା ପ୍ରଦର୍ଶନ କରିଥିଲେ।ଏହି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଗଜପତି ଷ୍ଟାଡିୟମଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ l ଆଜିର ପ୍ରତିଯୋଗିତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା, ଶ୍ରୀମତୀ ସୁଲତା ଶୁଭଦର୍ଶିନୀ, ଶ୍ରୀ ଅମୋଶ ଲିମ୍ମା, ଶ୍ରୀମତୀ ଅନିତା ଦାସ, ଶ୍ରୀ କିଶୋର ଚନ୍ଦ୍ର ଦାସ, ଶ୍ରୀମତୀ ସୁନୀତା ମହାରଣା ଓ ଶ୍ରୀମତୀ ବବିତା ପୁରୋହିତ ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସମସ୍ତ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଓ ଶ୍ରୀ ରମାକାନ୍ତ ବରାଡ କାର୍ଯ୍ୟକ୍ରମଗୁଡ଼ିକର ସୁଚାରୁ ପରିଚାଳନା କରିଥିଲେ। ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।