Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁରୁଷ ବନ୍ଧୁଙ୍କ ସହ କାର୍‌ରେ ବସିଥିବା ବେଳେ କାର୍‌ରୁ ଟେକି ନେଇ ଗଣଦୁଷ୍କର୍ମ ଅଭିଯୋଗ!

କଟକ-ଚାନ୍ଦବାଲି ରାଜ୍ୟ ରାଜପଥ କଡ଼ରେ ଜଣେ ଯୁବତୀଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ମଙ୍ଗଳବାର ବିଳମ୍ବିତ ରାତିରେ ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଘଟିଥିବା ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ଯୁବତୀ ଜଣକ ଜଣେ ପୁରୁଷ ବନ୍ଧୁଙ୍କ ସହ କାର୍‌ରେ ବସିଥିବା ବେଳେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚିଥିଲେ।

ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲ୍ଲାର ଗୋପ ଅଞ୍ଚଳର ଯୁବତୀ ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ରାଜପଥ କଡ଼ରେ କାର୍‌ ଭିତରେ ଥିଲେ। ଏହି ସମୟରେ କିଛି ବ୍ୟକ୍ତି କାର୍‌ର କାଚ ଭାଙ୍ଗି ଯୁବତୀଙ୍କୁ ଜୋରଜବରଦସ୍ତ ଟେକି ନେଇଥିବା ଅଭିଯୋଗ ହୋଇଛି। ପରେ ତାଙ୍କ ସହ ଗଣଦୁଷ୍କର୍ମ କରାଯାଇଥିବା ଯୁବତୀ ଅଭିଯୋଗ କରିଥିବା ଜଣାପଡ଼ିଛି।

ଖବର ପାଇ ନିଶ୍ଚିନ୍ତକୋଇଲି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଉଦ୍ଧାର କରିଥିଲା। ଉଭୟଙ୍କୁ ଥାନାକୁ ନେଇ ପୁଲିସ ଘଟଣା ସମ୍ପର୍କରେ ପଚରାଉଚରା କରୁଥିବା ବେଳେ ଅଭିଯୁକ୍ତମାନେ ଘଟଣା ପରେ ଫେରାର ହୋଇଯାଇଥିବା ସୂଚନା ମିଳିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବାକୁ ଖୋଜାଖୋଜି ଜାରି ରଖିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ