Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ, ବଢିବ ବର୍ଷା! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ଗଠିତ ହୋଇଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ବୁଧବାରଠାରୁ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭାରୀ ବର୍ଷା ହେବାର ଆଶଙ୍କା ରହିଛି।

ବୁଧବାର ଅନୁଗୋଳ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ୍‌ ଆଲର୍ଟ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାସହ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଝଡ଼ବର୍ଷା ନେଇ ସତର୍କତା ଜାରି ହୋଇଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବାର ଆଶଙ୍କା ରହିଛି। ଏଥିପାଇଁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ପାଣିପାଗର ପରିବର୍ତ୍ତିତ ସ୍ଥିତି ଯୋଗୁଁ ତଳିଆ ଅଞ୍ଚଳରେ ଜଳ ଜମିବା ଓ ଯାତାୟାତ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ସ୍ଥାନୀୟ ପ୍ରଶାସନକୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories