Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅବପାତରେ ପରିଣତ ହେଲା ଲଘୁଚାପ, ଓଡ଼ିଶାରେ ବଢ଼ିଲା ବର୍ଷା ବିପଦ! ଏହି ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି। ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଆଜି ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଥିଲା।

ସେହିପରି ଆଜି ସାଢ଼େ ୮ଟାରୁ ଆସନ୍ତାକାଲି ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହାସହ ଆଉ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି। ତେବେ ଅବପାତ ପ୍ରଭାବରେ କିଛି ଅଞ୍ଚଳରେ ଅତିପ୍ରବଳ ବର୍ଷା ସହ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ।

ଏପଟେ ବଙ୍ଗୋପସାଗରରେ ପୁଣି ଏକ ନୂଆ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ, ୧୯ ଅଗଷ୍ଟ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଏବଂ ୨୦ ଅଗଷ୍ଟ ସୁଦ୍ଧା ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୨୦ ଅଗଷ୍ଟ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories