Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୫/୮(ଗରୁଡ଼ ଧ୍ଵଜ ଚୌଧୁରୀ)ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଓଡ଼ିଶାଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।
ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଗଜପତି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣମୂଳକ ଓ ବିକାଶମୂଳକ ଯୋଜନା ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ।ଏହି ଅବସରରେ ସୁଭଦ୍ରା ଯୋଜନା, ଲକ୍ଷପତି ଦିଦି, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଆୟୁଷ୍ମାନ ଭାରତ–ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା, ସାମାଜିକ ସୁରକ୍ଷା ଯୋଜନା, ଜାତୀୟ ସାମାଜିକ ସହାୟତା ଯୋଜନା, ଜାତୀୟ ପାରିବାରିକ ସହାୟତା ଯୋଜନା, ବିବାହ ପ୍ରୋତ୍ସାହନ ରାଶି, ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ସୁମଙ୍ଗଲ, ବିକଶିତ ଗାଁ–ବିକଶିତ ଓଡ଼ିଶା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତୋଦୟ ଗୃହ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା, ମୁଖ୍ୟମନ୍ତ୍ରୀ କିଶାନ ଯୋଜନା ଓ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆଦି ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ।
ମାନ୍ୟବର ମନ୍ତ୍ରୀ ଜିଲ୍ଲାରେ ଏହିସବୁ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନେ ଯେପରି ସରକାରୀ ସୁବିଧା ଓ ସହାୟତା ପାଇପାରିବେ, ସେଥିପାଇଁ ବିଭାଗୀୟ ଅଧିକାରୀମାନେ ଗୁରୁତ୍ୱ ଦେଇ କାର୍ଯ୍ୟ କରୁଥିବା ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ।ସେହିପରି ବିକାଶିତ ଭାରତ ୨୦୪୭ ପାଇଁ ବିକଶିତ ସମୃଦ୍ଧ ଓଡ଼ିଶା ୨୦୩୬ ସମସ୍ତ କ୍ଷେତ୍ରରେ ଉନ୍ନତ ହେବାର ଲକ୍ଷ୍ୟ ରହିଛି। ସେହିପରି ମତ୍ସ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଓ ନୀଳ ବିପ୍ଳବ ଯୋଜନା, ରାଷ୍ଟ୍ରୀୟ ଗୋକୁଳ ମିଶନ,ମୁଖ୍ଯମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା, ସାମୁଦ୍ରିକ ଖାଦ୍ୟ ରପ୍ତାନି,ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇଥିଲେ। ସେହିପରି ରାଜ୍ୟସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଗଣମାଧ୍ଯମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଜିଲ୍ଲାରେ ଏହୀ ସମସ୍ତ ଯୋଜନାକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ଅବଗତ କରାଇଥିଲେ। ଆଜିର ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ, ପାରଳାଖେମୁଣ୍ଡି ଶ୍ରୀଯୁକ୍ତ କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ଦୟାମୟ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।