Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗକୁ ପ୍ରବଳ ବର୍ଷା : ୫ ଜିଲ୍ଲାରେ ଆଜି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶାର ୫ଟି ଜିଲ୍ଲାରେ ଆଜି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କେନ୍ଦୁଝର, ଭଦ୍ରକ, ଯାଜପୁର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏହି ନିଷ୍ପତ୍ତି ନିଆଯାଇଛି। ବନ୍ଦ ରହିବାକୁ ଥିବା ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍କୁଲ, କଲେଜ ଓ ଅଙ୍ଗନୱାଡି କେନ୍ଦ୍ର ସାମିଲ ରହିଛି।

ପାଣିପାଗ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ପାଇଁ ପ୍ରବଳ ବର୍ଷା ସତର୍କତା ଜାରି ହେବା ପରେ ପ୍ରଶାସନ ପକ୍ଷରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। କେନ୍ଦୁଝର ଜିଲ୍ଲାର ଯୋଡ଼ା ବ୍ଲକରେ ଜିଲ୍ଲାପାଳ ଓ ପୁଲିସ ଅଧୀକ୍ଷକଙ୍କ ଦ୍ୱାରା ନିର୍ଦ୍ଧାରିତ ସାପ୍ତାହିକ ଜନ ଅଭିଯୋଗ ଶୁଣାଣିକୁ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ଅନ୍ୟପକ୍ଷରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଜାରି ରହିଛି। କେତେକ ସ୍ଥାନରେ ଜଳମଗ୍ନ ସ୍ଥିତି ଦେଖାଦେଇଥିବାରୁ ଆଗାମୀ ଦିନରେ ପରିସ୍ଥିତି ଆହୁରି ଗମ୍ଭୀର ହେବା ନେଇ ଆଶଙ୍କା ରହିଛି। ଏହି ପରିସ୍ଥିତିରେ ଜିଲ୍ଲା ପ୍ରଶାସନ ଲୋକଙ୍କୁ ଅନାବଶ୍ୟକ ଯାତ୍ରା ଏଡ଼ାଇବା ସହ ପାଣିପାଗ ସମ୍ପର୍କିତ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି। ଆଇଏମ୍‌ଡି ମଧ୍ୟ ଆଗାମୀ ୩ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories