Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶ୍ରୀଅରବିନ୍ଦଙ୍କ ଜୟନ୍ତୀ ପାଳିତ

ଜମନକିରା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ କିରାଶାସନ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ଠାରେ ଶ୍ରୀ ଅରବିନ୍ଦଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ତେଜରାଜ ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଜୟନ୍ତୀ ସଭାରେ ଅବସର ପ୍ରାପ୍ତ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇ ଶ୍ରୀ ଅରବିନ୍ଦଙ୍କ ସ୍ୱାଧୀନତା ସଂଗ୍ରାମ ପ୍ରତି ଅବଦାନ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସର ପ୍ରାପ୍ତ ଶିକ୍ଷକ ଭବାନୀ ଶଙ୍କର ନାୟକ ମୁଖ୍ୟବକ୍ତା ଓ ସୌଭାଗ୍ୟ କୁମାର ପଟେଲ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଉତ୍ସବ ସ୍ଥଳରେ ଭାରତର ଜାତୀୟ ପତାକା ଓ ଆଧ୍ୟାତ୍ମିକ ପତାକା ଉତ୍ତୋଳନ କରାଯାଇଥିଲା। ପ୍ରାରମ୍ଭରେ ସହକାରୀ ଶିକ୍ଷକ ନବୀନ କୁମାର ସାହୁ ସ୍ଵାଗତ ଜଣାଇବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ଲିନା ପଟେଲ ଧନ୍ୟବାଦ୍ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories