Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁରୁଜାଙ୍ଗରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଶତବାର୍ଷିକୀ ପାଇଁ ଭବ୍ୟ ଆୟୋଜନ! ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତାଳଚେରର ଗୁରୁଜାଙ୍ଗରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବକୁ ନେଇ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଆଜିଠାରୁ ଶତବାର୍ଷିକୀ ମହୋତ୍ସବର ଉଦ୍‌ଘାଟନ କାର୍ଯ୍ୟକ୍ରମ ଆରମ୍ଭ ହେଉଛି। ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ଆଗାମୀ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ଧାର୍ମିକ ଓ ସ୍ମୃତି କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଗୁରୁଜାଙ୍ଗର ମୁଖ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ଅନେକ ମନ୍ତ୍ରୀ ଓ ବିଧାୟକ ଯୋଗଦେବେ।

ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଗୁରୁଜାଙ୍ଗରେ ପହଞ୍ଚି ଶତବାର୍ଷିକୀ ମହୋତ୍ସବର ଉଦ୍‌ଘାଟନ କରିବେ। ପରେ ସାଧାରଣ ସଭାରେ ଯୋଗଦେଇ ଉପସ୍ଥିତ ଶ୍ରଦ୍ଧାଳୁ ଓ ଜନସାଧାରଣଙ୍କୁ ସମ୍ବୋଧିତ କରିବେ। ବିଶାଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। ଭିଭିଆଇପି ଗସ୍ତ ସହ ହଜାର ହଜାର ଲୋକଙ୍କ ସମାଗମ ହେବାକୁ ଥିବାରୁ ଟ୍ରାଫିକ୍ ନିୟନ୍ତ୍ରଣ ଓ ଆଇନଶୃଙ୍ଖଳା ଉପରେ ପୁଲିସ ବିଶେଷ ନଜର ରଖିଛି। ଏହି ମହୋତ୍ସବରେ ଦେଶର ବିଭିନ୍ନ ସ୍ଥାନରୁ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବା ସହ ୨୦ ହଜାରରୁ ଅଧିକ ଲୋକ ଯୋଗଦେବାର ଆଶା କରାଯାଉଛି।

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନ, ସେବା ଓ ଆଦିବାସୀ ସମାଜ ପାଇଁ ତାଙ୍କ ଅବଦାନକୁ ସ୍ମରଣ କରିବା ଏହି ଶତବାର୍ଷିକୀ ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ବର୍ଷବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ହେବ। ଗୁରୁଜାଙ୍ଗରେ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ବିଶାଳ ଜନସମାଗମକୁ ନେଇ ସୁରକ୍ଷା ବ୍ୟବସ୍ଥା ଉପରେ ସମସ୍ତଙ୍କ ନଜର ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories