Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଶ୍ଵ ବରିଷ୍ଠ ନାଗରିକ ଦିବସ ସୁବଳୟା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ

ବୀରମହାରାଜପୁର : ଆଜି ସୁବଳୟା ବରିଷ୍ଠ ନାଗରିକ ସଂଘ ତରଫରୁ ବିଶ୍ବ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି ।
ସଭାପତି ଭୋଳାନାଥ କର୍ମୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ନନ୍ଦ କିଶୋର ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ବରିଷ୍ଠ ନାଗରିକ ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ ।
ମୁଖ୍ୟବକ୍ତା ଭାବେ ଯୋଗଦେଇ ନାରାୟଣ ପ୍ରସାଦ ମିଶ୍ର ବରିଷ୍ଠ ନାଗରିକଙ୍କୁ ସମାଜ ଉତ୍ତମ ସମ୍ମାନ ପ୍ରଦର୍ଶନ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ ।
ଶେଷରେ ଉପସଭାପତି ନିତ୍ୟାନନ୍ଦ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସୁବଳୟା ଅଞ୍ଚଳର ବହୁ ବରିଷ୍ଠ ନାଗରିକ ଅଂଶଗ୍ରହଣ କରିଥିଲେ I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ