Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Amravati Hospital Fire: ୫ ଲକ୍ଷ କ୍ଷତିପୂରଣ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲର Neonatal ICUରେ ଭୟାବହ ଅଗ୍ନିକାଣ୍ଡ ଘଟି ୩ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହି ଘଟଣାକୁ ସେ ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି କହି ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଘଟଣା ପରେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ପ୍ରଶାସନକୁ High-Level Investigation ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ କୌଣସି ଅଧିକାରୀ କିମ୍ବା କର୍ମଚାରୀଙ୍କ ଅବହେଳା ପ୍ରମାଣିତ ହେଲେ ତାଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହାସହ ଆହତ ନବଜାତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ସରକାରୀ ଖର୍ଚ୍ଚରେ କରିବାକୁ ଅମରାବତୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ଅଗ୍ନିକାଣ୍ଡ ସମୟରେ ହସ୍ପିଟାଲ ପ୍ରଶାସନ, Fire Brigade ଓ ସ୍ଥାନୀୟ ପୁଲିସର ତୁରନ୍ତ ପଦକ୍ଷେପ ଯୋଗୁଁ ଅନ୍ୟ ୩୬ ଜଣ ନବଜାତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା। ଶିଶୁମାନଙ୍କୁ ଅନ୍ୟ ୱାର୍ଡ ଓ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ଏବଂ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଘଟଣାର ଯାଞ୍ଚ ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବ ଅମରାବତୀ ଗସ୍ତ କରି ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ