Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ନିଯୁକ୍ତ ହେବେ ୧୨୦୫ ନୂଆ ଡାକ୍ତର

ଭୁବନେଶ୍ୱର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଗେଇ ଚାଲିଛି ଓଡ଼ିଶା। ଆଉ ରାଜ୍ୟରେ ରହିବନି ଡାକ୍ତରଙ୍କ ଅଭାବ। ରାଜ୍ୟରେ ନିଯୁକ୍ତ ହେବେ ନୂଆ ଡାକ୍ତର। ରାଜ୍ୟରେ ନିଯୁକ୍ତ ହେବେ ନୂଆ ଏଲୋପାଥି ମେଡିକାଲ ଅଫିସର। ଆଜି ୧୨୦୫ ଜଣ ନବ ନିଯୁକ୍ତ ଡାକ୍ତରଙ୍କୁ ମିଳିବ  ନିଯୁକ୍ତି ପତ୍ର। ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ ।

କରମଣ୍ଡଳ ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯିବ। ପରେ ନବ ନିଯୁକ୍ତ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ପତ୍ର ସହିତ ଷ୍ଟେଥୋସ୍କୋପ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ୨୦୨୩ ଡିସେମ୍ବର ସୁଦ୍ଧା ଓଡ଼ିଶାକୁ ଡାକ୍ତର ବଳକା ରାଜ୍ୟ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ