ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ; ଆଗାମୀ ୪୮ ଘଣ୍ଟାରେ କେଳର ଛୁଇଁବ ମୌସୁମୀ!


ଭୁବନେଶ୍ୱରଆଗାମୀ ୪୮ ଘଣ୍ଟା ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ। ମୌସୁମୀ ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ ବୋଲି ଆକଳନ କରାଯାଇଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ସୂଚନା ଅନୁସାରେ, କେରଳ ଉପକୂଳରେ ମେଘ ସମୂହର ଘନତ୍ୱ ବୃଦ୍ଧି ପାଇଛି । ପଶ୍ଚିମ ବାୟୁର ସକ୍ରିୟତା ତଥା ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପ୍ତି ସୂଚାଉଛି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ରଜ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ।