Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତଦନ୍ତରେ ଯାଇଥିବା ପୋଲିସକୁ ଗୋଡାଇ ଗୋଡାଇ ମାରିଲେ ଗ୍ରାମବାସୀ

ସୁବର୍ଣ୍ଣପୁର-ତଦନ୍ତରେ ଯାଇଥିବା ପୋଲିସ କୁ ଗୋଡାଇ ଗୋଡାଇ ମାଡ ମରିଲେ ଗ୍ରାମବାସୀ । ଭିଡିଓ ଭାଇରାଲ ।ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମକୁ ତଦନ୍ତରେ ଯାଇଥିବା ଜଣେ ପୋଲିସ ଏଏସଆଇ ଙ୍କୁ ଗୋଡାଇ ଗୋଡାଇ ଗ୍ରାମବାସୀ ମାଡ ମାରିଥିବା ଅଭିଯୋଗ ହୋଇଛି। ସୁବଳୟା ପୋଲିସ ପକ୍ଷରୁ ମିଳିଥିବା ସୁଚନା ମତେ ତିଲେଇମାଲ ଗ୍ରାମରେ ସୁବାସ ପଧାନ ଓ ରତ୍ନାକର ପଧାନ ଙ୍କ ମଧ୍ୟରେ ଗତ କାଲି ଗଣ୍ଡଗୋଳ ହୋଇଥିଲା। ଏନେଇ ଉଭୟ ପକ୍ଷରୁ ସୁବଳୟା ଥାନାରେ ମାମଲା ରୁଜୁ ହୋଇଥିଲା। ଉକ୍ତ ମାମଲାର ତଦନ୍ତ କରିବାକୁ ସୁବଳୟା ଥାନାର ଏଏସଆଇ ଗୌରହରୀ ମେହେର ଓ ଗ୍ରାମରକ୍ଷୀ ରବୀଚନ୍ଦ୍ର ବିଭାର ଉକ୍ତ ଗ୍ରାମକୁ ଆଜି ଯାଇଥିଲେ ।

ଉଭୟ ପରିବାରୁ ଡାକି ତଦନ୍ତ କରୁଥିବା ବେଳେ ତଦନ୍ତରେ ଅସନ୍ତୋଷ ପ୍ରକାସ କରି ଗ୍ରାମବସୀ ଏଏସଆଇ ମେହେରଙ୍କୁ ଆକ୍ରମଣ କରି ମାଡ ମାରିଥିବା ଅଭିଯୋଗ ହୋଇଛି ।ଖବରପାଇ ପୋଲିସ ଯାଇ ଏଏସଆଇ ମେହେରଙ୍କୁ ଉଦ୍ଧାର କରିଥିଲା । ଏନେଇ ସୁବଳୟା ଥାନାରେ କର୍ତ୍ତବ୍ୟରତ ଜଣେ ପୋଲିସ ଅଧିକାରୀଙ୍କୁ ମାଡ ମାରିଥିବା ଅଭିଯୋଗରେ ଗ୍ରାମର ନେପୁର ପଧାନ,ମହାଦେବ ସାହୁ,ପ୍ରଫୁଲ୍ଲ ସାହୁ,ଦୁର୍ଗାପ୍ରସାଦ ପଧାନ,ରାଘବ ସାହୁ,ବାଦଲ ପଧାନ,ବେଲାରସେନ ହାତୀ ଓ ଅନ୍ୟମାନଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ