ବାହାନଗା ରେଳ ଦୁର୍ଘଟଣା; ଶୋକ ପାଳନ କଲେ ରାଷ୍ଟ୍ରପତି


ନୂଆଦିଲ୍ଲୀ: ବାହାନଗା ରେଳ ଦୁର୍ଘଟଣା। ଏହି ଲୋମହର୍ଷଣକାରୀ ଦୁର୍ଘଟଣାରେ ସାରା ବିଶ୍ବ ସ୍ତବ୍ଧ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପାଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏବେ ସୁରିନାମ ଓ ସର୍ବିଆ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁରିନାମରେ

ଭାରତୀୟ ସମୁଦାୟ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତେବେ କାର୍ଯ୍ୟକ୍ରମ ଆରମ୍ଭରୁ ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ଶୋକ ପାଳନ କରିଛନ୍ତି ରାଷ୍ଟ୍ରପତି। ଏହାସହ ୨ ମିନିଟର ନୀରବ ପ୍ରାର୍ଥନା ମଧ୍ୟ କରିଛନ୍ତି । ସୁରିନାମ ଗସ୍ତ ସାରି ଏବେ ସର୍ବିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ମୁର୍ମୁ ।

ସୂଚନା ଥାଉ କି ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ ମିଳିଛି। ସୁରିନାମର ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି।