Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Odisha Weather Alert: ୧୨ ଘଣ୍ଟା ପରେ ଦୁର୍ବଳ ହେବ ଅବପାତ, ଆହୁରି ୨ ଦିନ ବର୍ଷିଵ; ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ହୋଇଛି ସାରା ଓଡ଼ିଶା। ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଉପରେ ସକ୍ରିୟ ଥିବା ଅବପାତ ଆଗାମୀ ୧୨ ଘଣ୍ଟା ପର୍ଯ୍ୟନ୍ତ ସମାନ ଅଞ୍ଚଳରେ ରହିବ। ଏହାପରେ ଧୀରେଧୀରେ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ତଥାପି ଏହାର ପ୍ରଭାବରେ ଆହୁରି ୨ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ପବନ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଏବଂ ୪୦ରୁ ୫୦ କିମି ବେଗରେ ପବନ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସହ ୪୦ରୁ ୬୦ କିମି ବେଗରେ ପବନ ପାଇଁ ସତର୍କତା ଜାରି ରହିଛି। ୨୭ ତାରିଖରୁ ବର୍ଷାର ପରିମାଣ କମିବା ସହ ପାଗରେ ସୁଧାର ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମୁଦ୍ର ଅଶାନ୍ତ ରହିବା ସହ ଉପକୂଳରେ ପବନର ବେଗ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ଥିବାରୁ ଆଗାମୀ ୧୨ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ, ୩୭ଟି ସ୍ଥାନରେ ଅତି ପ୍ରବଳ ଏବଂ ୬୫ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ନବରଙ୍ଗପୁରର ତେନ୍ତୁଳୀଖୁଣ୍ଟିରେ ସର୍ବାଧିକ ୩୯୫ ମିମି ବର୍ଷା ହୋଇଛି। ଜୁନ୍ ୧ରୁ ଏପର୍ଯ୍ୟନ୍ତ ରାଜ୍ୟରେ ୧୪୫୫.୧ ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ୧୧୨୫.୭ ମିମି ତୁଳନାରେ ଏହା ୨୯ ପ୍ରତିଶତ ଅଧିକ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories