Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଫାସିମାଲ ଆଞ୍ଚଳିକ ଜୁନିଅର କଲେଜରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ପାଳିତ

ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଅନ୍ତର୍ଗତ ଫାସିମାଲ ଆଞ୍ଚଳିକ ଜୁନିଅର କଲେଜ ପରିସରରେ ଆଜି ମହାନ ରାଷ୍ଟ୍ରଚିନ୍ତକ ତଥା ଏକାତ୍ମ ମାନବବାଦର ପ୍ରବକ୍ତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପବିତ୍ର ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ‘ମେରା ୟୁବା ଭାରତ’ ସମ୍ବଲପୁର ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ସ୍ମୃତିସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ଦଳବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଚନ୍ଦନିମାଲ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଭୁବନେଶ୍ୱର ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୀବନାଦର୍ଶ, ତ୍ୟାଗ, ଅନ୍ତ୍ୟୋଦୟ ଭାବନା ତଥା ଦାର୍ଶନିକ ଚିନ୍ତାଧାରା ଉପରେ ଆଲୋକପାତ କରିଥିଲେ। ସେହିପରି ଯୁବପିଢ଼ି ତାଙ୍କ ମାର୍ଗଦର୍ଶନରେ ଅନୁପ୍ରାଣିତ ହୋଇ ରାଷ୍ଟ୍ର ନିର୍ମାଣରେ ସକ୍ରିୟ ଭାଗିଦାରୀ ହେବାକୁ ସେ ଆହ୍ୱାନ ଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟାପକ ରଞ୍ଜନ କୁମାର ଭଇଁସା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଅଧ୍ୟାପକ ରୁଦ୍ର ନାରାୟଣ ମିଶ୍ର ଶେଷରେ ଉପସ୍ଥିତ ସମସ୍ତ ଅତିଥି, ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଜମନକିରା ବ୍ଲକର ଜାତୀୟ ଯୁବ ସ୍ୱେଚ୍ଛାସେବୀ ଯୋଗିନ୍ଦ୍ର ରୋହିଦାସ ଏବଂ ସ୍ୱସ୍ତିକ ଶର୍ମାଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହ ଆୟୋଜିତ ହୋଇଥିଲା। ଏହି ଅବସରରେ ମହାବିଦ୍ୟାଳୟର ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଶେଷରେ ସମସ୍ତଙ୍କ ସହଯୋଗ ପାଇଁ ଆୟୋଜକଙ୍କ ତରଫରୁ କୃତଜ୍ଞତା ପ୍ରକାଶ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories