ବିଜେପି ପକ୍ଷରୁ ଭବାନୀପାଟଣାରେ ନୂଆଖାଇ ଭେଟଘାଟ
କଳାହାଣ୍ଡି,୨୭/୦୯- ବିଜେପି ପକ୍ଷରୁ ଆଜି ଭବାନପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଯୋଗ ଦେଇଥିଲେ। ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର, ଲୋକସଭା ସାଂସଦ ମାଳବିକା ଦେବୀ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟଯୋଶୀ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ରାଜ୍ୟ ବିଜେପି ଉପସଭାପତି ଶିବାଜୀ ମହାନ୍ତି, ରାଜ୍ୟ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ବାଇଧର ମଲ୍ଲିକ, ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଢ଼ ପ୍ରମୁଖ ମଞ୍ଚାସୀନ ଥିଲେ। ନୂଆଖାଇର ମହାନ ପରମ୍ପରା ଓ ନୂଆଖାଇ ଜୁହାରଭେଟକୁ ନେଇ ଅତିଥିମାନେ ବକ୍ତବ୍ୟ ରଖିବା ସହିତ କେନ୍ଦ୍ର ଓ ରାଜ୍ୟସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡ଼ିକ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ପଶ୍ଚିମ ଓଡ଼ିଶାର ୧୩ଗୋଟି ଜିଲ୍ଲାରୁ ଦଳୀୟ ନେତା ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।

