Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୭ତମ ଏବଂ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୨ତମ ଜୟନ୍ତୀ ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଶ୍ରଦ୍ଧା ଓ ଗରିମାର ସହ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରାତଃ ୪.୩୦ରେ ଡାକବାଜି ଯନ୍ତ୍ର ଯୋଗେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜାରାମ’ ପରିବେଷଣ କରାଯାଇ ସହର ପରିକ୍ରମା କରାଯାଇଥିଲା। ସକାଳ ୭.ଘଟିକା ସମୟରେ ଗାନ୍ଧୀ ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ କୁମାର ପାଣିଗ୍ରାହୀ,ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଦୟାମୟ ପାଢ଼ୀ, ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ଗାନ୍ଧୀ ଛକ ଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୋଭାଯାତ୍ରାରା ଅନୁଷ୍ଠିତ ହୋଇଥିଲା। ଜଗନ୍ନାଥ ମନ୍ଦିର ପରିସର ଠାରେ ଏକ ସ୍ୱଚ୍ଛତା ହିଁ ସେବା ଓ ସ୍ବଚ୍ଛ ଭାରତ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସେହିପରି ଏକ ପେଡ୍ ମା କେ ନାମ ଅଭିଯାନ କାର୍ଯ୍ୟକ୍ରମ ଅବସରରେ ବିଏନ୍ ପ୍ୟାଲେସ ଠାରେ ମୁଖ୍ୟ ଅତିଥି ସମେତ ସମସ୍ତ ଅତିଥି ଗଣ ବୃକ୍ଷ ରୋପଣ କରାଯାଇଥିଲା।ପରେ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଭକ୍ତି ସଙ୍ଗୀତ ଅନୁଷ୍ଠାନର କଳାକାରମାନେ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ପରିବେଷଣ କରିଥିଲେ। ଏହାପରେ ସର୍ବଧର୍ମ ପ୍ରାର୍ଥନା ଅନୁଷ୍ଠିତ ହୋଇଥିଲା। ଗୋପାଳ କୃଷ୍ଣ ପଣ୍ଡିତ ଗୀତା ପାଠ, ଫାଦର ଖ୍ରୀଷ୍ଟ ଦାସ ରଇତ ବାଇବେଲ ପାଠ ଏବଂ ପର୍ବେଜ ଅଲ୍ଲାମ କୋରାନ ପାଠ କରିଥିଲେ।ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନନାଗା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିରଞ୍ଚି ବାଗ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ମଞ୍ଚାସିନ ଥିଲେ। ଜିଲ୍ଲାପାଳ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଛାତ୍ରଛାତ୍ରୀଙ୍କୁ ‘ସ୍ୱଚ୍ଛତା ହିଁ ସେବା’ର ଶପଥ ପାଠ କରାଇଥିଲେ। ନିଜ ବକ୍ତବ୍ୟରେ ସେ କହିଥିଲେ ଯେ, ମହାତ୍ମା ଗାନ୍ଧୀ ଅହିଂସାକୁ ଅସ୍ତ୍ର କରି ଦେଶକୁ ସ୍ୱାଧୀନତା ଆଣିଥିଲେ। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସମାଜରେ ଶାନ୍ତି, ସଦ୍‌ଭାବ ଓ ସ୍ୱଚ୍ଛତା ବଜାୟ ରଖିବା ସହ ଗାନ୍ଧିଜୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବାକୁ ସେ ଆହ୍ୱାନ ଦେଇଥିଲେ।ମାନ୍ୟବର ସାଂସଦ କହିଥିଲେ ଯେ, ଗାନ୍ଧିଜୀ ଅହିଂସାର ମାର୍ଗରେ ସ୍ୱାଧୀନତା ସଂଗ୍ରାମକୁ ଆଗେଇ ନେଇଥିଲେ। ସେ ସମଗ୍ର ବିଶ୍ୱକୁ ଶାନ୍ତି, ଅହିଂସା, ତ୍ୟାଗ ଓ ନିଷ୍ଠାର ବାର୍ତ୍ତା ଦେଇଥିଲେ। ଗାନ୍ଧିଜୀଙ୍କ ଆଦର୍ଶକୁ ଅନୁସରଣ କରି ସୁସ୍ଥ ଓ ସୁସ୍ଥିର ସମାଜ ଗଠନ ଦିଗରେ ସମସ୍ତେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ସେ କହିଥିଲେ। ସେହିପରି ଗାନ୍ଧିଜୀଙ୍କ ମାନବିକତା ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କଲେ ଜିଲ୍ଲା, ରାଜ୍ୟ ଓ ଦେଶର ପ୍ରଗତି ତ୍ୱରାନ୍ୱିତହୋଇପାରିବ ବୋଲି ସେ କହିଥିଲେ।ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି । ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ନିର୍ମାଣ ଶ୍ରମିକ କାର୍ଡ ବଣ୍ଟନ କରାଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ଅମୂଲ୍ୟ କୁମାର ପାଣିଗ୍ରାହୀ ଓ ଶ୍ରୀ ଶୁଭ୍ରାଂଶୁ ପଟ୍ଟନାୟକ ପରିଚାଳନା କରିଥିବା ।
ଏହି ଅବସରରେ ନିର୍ବାହୀ ଅଧିକାରୀ ପୌରପରିଷଦଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ,ତହସିଲଦାର ଶ୍ରୀ ନାରାୟଣ ବେହେରା,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ବରିଷ୍ଠ ନାଗରିକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍ଥାନୀୟ ବରିଷ୍ଠ ନାଗରିକ ବୁଦ୍ଧିଜବୀଙ୍କ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର କନିଷ୍ଠ କର୍ମଚାରୀ ଶ୍ରୀ ଅପରାନନ୍ଦ ଆନନ୍ଦ,ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories