Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Odisha Administrative Reshuffle: ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ, ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶାର ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଏହି କ୍ରମରେ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗରେ ନୂଆ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।

ସେହିପରି ଗୀତାଞ୍ଜଳି ନାୟକଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଦାୟିତ୍ୱ ମିଳିଛି। ନିବେଦିତା ବିଶ୍ୱାଳଙ୍କୁ ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ଦିଆଯାଇଥିବା ବେଳେ କୁକୁମିନୀ ଦାସଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦାୟିତ୍ୱ ମିଳିଛି।

ଏହି ପ୍ରଶାସନିକ ଅଦଳବଦଳ ମାଧ୍ୟମରେ ବିଭିନ୍ନ ବିଭାଗରେ ଅଧିକାରୀମାନଙ୍କୁ ନୂଆ ଦାୟିତ୍ୱ ବଣ୍ଟନ କରାଯାଇଛି। ଏହା ଫଳରେ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ଦାୟିତ୍ୱରେ ପରିବର୍ତ୍ତନ ଆସିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories