Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ଲକ ସ୍ତରୀୟ ‘ସୁରଭି’ ପ୍ରତିଯୋଗିତା-୨୦୨୬ରେ ଟିକିଲିପଡ଼ା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ଚମତ୍କାର ସଫଳତା

ଜମନକିରା : ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ରେ ଟିକିଲିପଡ଼ା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ଅସାଧାରଣ ପ୍ରତିଭା ପ୍ରଦର୍ଶନ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ବିଦ୍ୟାଳୟ ସାଂସ୍କୃତିକ କାର୍ଯ୍ୟକ୍ରମ, ବରିଷ୍ଠ ବିଭାଗରେ ସୃଜନଶୀଳ ଲିଖନ ଓ ପି.ଏମ୍. ପୋଷଣ ଚିତ୍ରକଳା, କନିଷ୍ଠ ବିଭାଗରେ ବକ୍ତୃତା, ପ୍ରଶ୍ନୋତ୍ତର (କ୍ଵିଜ୍), ପି.ଏମ୍. ପୋଷଣ ଶିଳ୍ପକଳା, ଶ୍ରୁତଲିଖନ ଓ ସୁନ୍ଦର ହସ୍ତାକ୍ଷର ତଥା ସ୍ୱତନ୍ତ୍ର ଆବଶ୍ୟକତା ଥିବା ପିଲାଙ୍କ (CWSN) ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ବରିଷ୍ଠ ବିଭାଗ ସଙ୍ଗୀତରେ ଦ୍ୱିତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି; ଏହି ବିରାଟ ସଫଳତା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ବୃନ୍ଦ କୃତୀ ଛାତ୍ରଛାତ୍ରୀମାନଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories