Cyclone Arnab: ଭୁବନେଶ୍ୱର ସମେତ ଓଡ଼ିଶାରେ ଅନେକ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା, ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅର୍ଣ୍ଣବ’ ଧୀରେ ଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହା ଅତି ଭୀଷଣ ବାତ୍ୟାର ରୂପ ନେଇ ୨୮ ଅକ୍ଟୋବର ସକାଳେ ଆନ୍ଧ୍ରପ୍ରଦେଶ ଓ ୟାନାମ ଉପକୂଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ।
ବାତ୍ୟାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ପବନର ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ସମେତ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର ପାଗ ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି।
ବାତ୍ୟାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି। ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ସତର୍କ କରାଯାଇଛି। ଲୋକଙ୍କୁ ପ୍ରଶାସନ ଓ ପାଣିପାଗ ବିଭାଗର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି।

