Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

Mohan Majhi Delhi Tour: ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ, ବାତ୍ୟା କ୍ଷୟକ୍ଷତି ନେଇ କେନ୍ଦ୍ର ସହ କରିବେ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର ସୂଚନା ରହିଛି । ସେ ସେଠାରେ ଆୟୋଜିତ ଭାରତ ଅକ୍ଷୟ ଶକ୍ତି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟସୂଚୀ ରହିଛି | ଏହାସହ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମଧ୍ୟ ବାତ୍ୟାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିବା ସହ ରାଜ୍ୟ ପାଇଁ କେନ୍ଦ୍ରୀୟ ସହାୟତା ଲୋଡ଼ିବେ। ଏହି ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମଧ୍ୟ ତାଙ୍କ ସହ ଯିବେ।

ଅନ୍ୟପଟେ, ବାତ୍ୟା ‘ଅର୍ଣ୍ଣବ’ ପରେ ରାଜ୍ୟରେ ଭୂସ୍ଖଳନ ଓ କ୍ଷୟକ୍ଷତିର ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ସୁରକ୍ଷା ଓ ଜୀବନ ରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କୁହାଯାଇଛି। ମାଟି ଓ ପଙ୍କ ତଳେ ଫସିଥିବା ନିଖୋଜଙ୍କ ସନ୍ଧାନ ପାଇଁ ଅତ୍ୟାଧୁନିକ ପ୍ରଯୁକ୍ତିର ବ୍ୟବହାର କରିବା ସହ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ରହିଛି।

ଏହି ସମୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଉଦ୍ଧାର କାର୍ଯ୍ୟରେ ରେଳବାଇର ସହଯୋଗ ଲୋଡ଼ିଛନ୍ତି। ଭୂସ୍ଖଳନ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଚେନ୍‌ ପୁଲି ସିଷ୍ଟମ୍‌ ବ୍ୟବହାର କରିବାକୁ ଇଷ୍ଟ କୋଷ୍ଟ ରେଳୱେ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହାସହ ଜି.ଉଦୟଗିରିର ଭୂସ୍ଖଳନ ସ୍ଥଳକୁ ହେଲିକପ୍ଟର ଯୋଗେ ‘ସିସ୍‌ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍’ ପହଞ୍ଚାଇବାକୁ ବ୍ୟବସ୍ଥା ହୋଇଛି। ଏହି ପ୍ରଯୁକ୍ତି ମାଟି, ପଙ୍କ ଓ ଭଗ୍ନାବଶେଷ ତଳେ ଥିବା ଜୈବିକ ସଙ୍କେତ ଚିହ୍ନଟ କରି ନିଖୋଜଙ୍କ ସନ୍ଧାନରେ ସହାୟତା କରିପାରିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories