ରାୟଗଡ଼ ବ୍ଲକ ସ୍ଥିତ ଏସ.ଏସ.ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ୭୦ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଉଦ୍ଘାଟିତ୩୦ଟି ଜିଲ୍ଲାରୁ ୧୩୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଯୋଗଦାନ
ପାରଳାଖେମୁଣ୍ଡି:୧୦/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ୍ସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ମହାସମାରୋହରେ ଉଦ୍ଘାଟିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ୧୩୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗଦେଇ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଉଦ୍ଘାଟନୀ ସମାରୋହରେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁଙ୍କ ପ୍ରତ୍ୟେକ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ଓଡ଼ିଶା, ଭୁବନେଶ୍ୱରର ସହକାରୀ ନିର୍ଦ୍ଦେଶକ (ଶାରୀରିକ ଶିକ୍ଷା) ଶ୍ରୀ ଜ୍ୟୋତି ପ୍ରସାଦ ପରିଡ଼ା ପ୍ରତିଯୋଗିତା ସମ୍ପର୍କିତ ବିବରଣୀ ଉପସ୍ଥାପନ କରିଥିଲେ।
ସମ୍ମାନିତ ଅତିଥି ଭାବେ ରାୟଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଟି. କିଶୋର, ଆର୍. ଉଦୟଗିରି ଓ ମୋହନାର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ଗଜପତିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍. ଗିରିଧର, ରାୟଗଡ଼ ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି କୁମାର ପ୍ରସାଦ ପାଣି ଓ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ ଏବଂ ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ରୀ ରତ୍ନମ ରାମ ପ୍ରସାଦ ଯୋଗଦେଇଥିଲେ।ସ୍ୱତନ୍ତ୍ର ଅତିଥି ଭାବେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗାବରା ତିରୁପତି ରାଓ ଉପସ୍ଥିତ ରହି ନିଜର ଅଭିଭାଷଣ ରଖିଥିଲେ। ମୁଖ୍ୟବକ୍ତା ଭାବେ ଗଜପତି ଜିଲ୍ଲା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ କାମଦେବ ବଡ଼ନାୟକ ଯୋଗଦେଇ କ୍ରୀଡ଼ାର ଗୁରୁତ୍ୱ, ଶୃଙ୍ଖଳା ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶରେ କ୍ରୀଡ଼ାର ଅବଦାନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସହଯୋଗ ଓ ସକ୍ରିୟ ଉପସ୍ଥିତି ବେଶ୍ ପ୍ରଶଂସନୀୟ ଥିଲା।କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ।ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବ କେବଳ ଛାତ୍ରଛାତ୍ରୀଙ୍କ କ୍ରୀଡ଼ା ଦକ୍ଷତା ପ୍ରଦର୍ଶନର ମଞ୍ଚ ହୋଇନାହିଁ, ବରଂ ସେମାନଙ୍କ ମଧ୍ୟରେ ଶୃଙ୍ଖଳା, ଭାଇଚାରା, ଦଳଗତ ମନୋଭାବ ଓ ପ୍ରତିଯୋଗିତାମୂଳକ ଉତ୍ସାହକୁ ସୁଦୃଢ଼ କରିବାରେ ସହାୟକ ହୋଇଛି। ଏଭଳି ଏକ ବିଶାଳ ରାଜ୍ୟସ୍ତରୀୟ କ୍ରୀଡ଼ା ଆୟୋଜନ ଗଜପତି ଜିଲ୍ଲାର କ୍ରୀଡ଼ା ଓ ଶିକ୍ଷା କ୍ଷେତ୍ର ପାଇଁ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିଛି।

