Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିର ବର୍ଷା କ୍ଷୟ କ୍ଷତିକୁ ନେଇ ପାଇଁ ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହ ସାକ୍ଷାତ ଆଲୋଚନା

ଗଜପତିର ବର୍ଷା କ୍ଷୟ କ୍ଷତିକୁ ନେଇ ପାଇଁ ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହ ସାକ୍ଷାତ ଆଲୋଚନା
ପାରଳାଖେମୁଣ୍ଡି:୧୧/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବ୍ୟାପକ କ୍ଷୟକ୍ଷତି ଓ ଜନସାଧାରଣଙ୍କ ଦୁର୍ଦ୍ଦଶାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ। ବର୍ଷାରେ ପ୍ରଭାବିତ ଜିଲ୍ଲାବାସୀଙ୍କ ଦୁଃଖ ଓ ଯନ୍ତ୍ରଣାକୁ ହୃଦୟରେ ଅନୁଭବ କରି ସେମାନଙ୍କୁ ଯଥାଶୀଘ୍ର ସରକାରୀ ସହାୟତା ପହଞ୍ଚାଇବା ଉଦ୍ଦେଶ୍ୟରେ ଆଜି ବିଧାୟକ ରାଜ୍ୟ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି।
ଏହି ଅବସରରେ ବିଧାୟକ ରୂପେଶ ପାଣିଗ୍ରାହୀ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହ ସାକ୍ଷାତ କରି ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ।ବର୍ଷାର ପ୍ରଭାବରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ଚାଷୀଙ୍କ ଫସଲ, ଘରଦ୍ୱାର, ଜୀବିକା ଓ ଦୈନନ୍ଦିନ ଜୀବନ ଉପରେ ପଡ଼ିଥିବା ଆଘାତକୁ ନେଇ ବିଧାୟକ ଗଭୀର ଉଦ୍ବେଗ ପ୍ରକାଶ କରିଥିଲେ। ବିଶେଷକରି ଅସହାୟ ଓ କ୍ଷତିଗ୍ରସ୍ତ ପରିବାରଗୁଡ଼ିକ ଯେପରି ଏହି ସଙ୍କଟ ସମୟରେ ଏକାକୀ ନ ରହନ୍ତି, ସେଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସେ ଗୁରୁତ୍ୱାରୋପ କରିଥିଲେ।ଆଲୋଚନା ସମୟରେ ବିଧାୟକ ରୂପେଶ ପାଣିଗ୍ରାହୀ ଗଜପତି ଜିଲ୍ଲାର ସମସ୍ତ କ୍ଷତିଗ୍ରସ୍ତଙ୍କୁ ଉପଯୁକ୍ତ ସରକାରୀ ସହାୟତା ଓ କ୍ଷତିପୂରଣ ପ୍ରଦାନ କରିବା ପାଇଁ ନିବେଦନ କରିଥିଲେ। କ୍ଷୟକ୍ଷତିର ଆକଳନ ଓ ସହାୟତା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ପ୍ରଭାବିତ ଲୋକଙ୍କ ନିକଟରେ ସରକାରୀ ସହଯୋଗ ପହଞ୍ଚାଇବା ନିମନ୍ତେ ସେ ଦୃଢ଼ ଭାବରେ ନିଜ ଦାବି ଉପସ୍ଥାପନ କରିଥିଲେ।ଗଜପତିର ଲୋକଙ୍କ ଦୁଃଖ ହିଁ ମୋର ଦୁଃଖ, ସେମାନଙ୍କ କଷ୍ଟ ହିଁ ମୋର କଷ୍ଟ” — ଏହି ଜନସେବାର ଭାବନାକୁ ନେଇ ବିଧାୟକ କ୍ଷତିଗ୍ରସ୍ତ ଜିଲ୍ଲାବାସୀଙ୍କ ସ୍ୱାର୍ଥରେ ରାଜ୍ୟ ସରକାରଙ୍କ ନିକଟରେ ନିଜର ଦାବି ରଖିଛନ୍ତି।ଗଜପତି ଜିଲ୍ଲାର ଚାଷୀ, ଗରିବ ପରିବାର ଓ ବର୍ଷାରେ କ୍ଷତିଗ୍ରସ୍ତ ସମସ୍ତ ଜନସାଧାରଣଙ୍କୁ ନ୍ୟାୟସଙ୍ଗତ ସହାୟତା ମିଳିବା ନେଇ ଏହି ଆଲୋଚନା ଏକ ଆଶାର ଆଲୋକ ସୃଷ୍ଟି କରିଛି। ଏବେ ଜିଲ୍ଲାବାସୀଙ୍କ ଆଶା ରହିଛି ଯେ ସରକାରୀ ସ୍ତରରେ ଆବଶ୍ୟକ ପଦକ୍ଷେପ ନିଆଯାଇ ଶୀଘ୍ର କ୍ଷତିପୂରଣ ଓ ସହାୟତା ଯୋଗାଇ ଦିଆଯିବ l ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଏହି ପଦକ୍ଷେପକୁ ଜନସାଧାରଣ ସାଧୁବାଦ ଜଣାଇଛନ୍ତି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।