Surat Fire: ସୁରଟରେ କପଡ଼ା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ! ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
ଗୁଜରାଟ: ଗୁଜରାଟର ସୁରଟସ୍ଥିତ ଖରଭାସା ଅଞ୍ଚଳରେ ଥିବା ଏକ କପଡ଼ା ଗୋଦାମରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ହଠାତ୍ ନିଆଁ ଲାଗିବା ପରେ ଏହା ଦ୍ରୁତଗତିରେ ବ୍ୟାପିଥିଲା। ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀର ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା।
ଏହାପରେ ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭାଇବା କାମ ଆରମ୍ଭ କରିଥିଲେ। ଦୀର୍ଘ ସମୟର ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଗୋଦାମରେ ଥିବା କପଡ଼ା ଓ ଅନ୍ୟ ସାମଗ୍ରୀର କେତେ ପରିମାଣର କ୍ଷୟକ୍ଷତି ହୋଇଛି, ତାହା ସ୍ପଷ୍ଟ ହୋଇନାହିଁ।
ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାରଣ ଏଯାଏଁ ଜଣାପଡ଼ିନାହିଁ। ନିଆଁ କିପରି ଲାଗିଲା, ସେନେଇ ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।

